ଏଜ୍ରା 6

ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ୱର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା-ଉତ୍ସବ ପାଳନ କଲେ।

Ezra 6:16 (UKJV) And the children of Israel, the priests, and the Levites, and the rest of the children of the captivity, kept the dedication of this house of God with joy.

14ଏଥିରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କର ଓ ଇଦ୍ଦୋର ପୁତ୍ର ଯିଖରୀୟଙ୍କ ଭବିଷ୍ୟଦ୍‍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିରକୁ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ ରାଜା କୋରସ୍‍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।

15ଦାରୀୟାବସ ରାଜାର ରାଜତ୍ଵର ଷଷ୍ଠ ବର୍ଷରେ ଅଦର ନାମକ ମାସର ତୃତୀୟ ଦିନରେ ଏହି ଗୃହ ସମାପ୍ତ ହେଲା।

16ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ୱର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା-ଉତ୍ସବ ପାଳନ କଲେ।

17ପୁଣି, ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ସମୟରେ ସେମାନେ ଏକ ଶହ ବୃଷ, ଦୁଇ ଶହ ମେଷ, ଚାରି ଶହ ମେଷଶାବକ ଉତ୍ସର୍ଗ କଲେ; ଆଉ, ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟାନୁସାରେ ବାରଗୋଟି ଛାଗ ଉତ୍ସର୍ଗ କଲେ।

18ପୁଣି, ସେମାନେ ମୋଶା-ପୁସ୍ତକର ଲିଖନାନୁସାରେ ଯିରୂଶାଲମରେ ପରମେଶ୍ୱରଙ୍କ ସେବାର୍ଥେ ଯାଜକମାନଙ୍କୁ ସେମାନଙ୍କ ବିଭାଗାନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ପାଳି ଅନୁସାରେ ନିଯୁକ୍ତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.