ଏଜ୍ରା 6

ଏଥିଉତ୍ତାରେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ବନ୍ଦୀତ୍ୱର ସନ୍ତାନଗଣ ନିସ୍ତାର ପର୍ବ ପାଳନ କଲେ।

Ezra 6:19 (UKJV) And the children of the captivity kept the passover upon the fourteenth day of the first month.

17ପୁଣି, ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ସମୟରେ ସେମାନେ ଏକ ଶହ ବୃଷ, ଦୁଇ ଶହ ମେଷ, ଚାରି ଶହ ମେଷଶାବକ ଉତ୍ସର୍ଗ କଲେ; ଆଉ, ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟାନୁସାରେ ବାରଗୋଟି ଛାଗ ଉତ୍ସର୍ଗ କଲେ।

18ପୁଣି, ସେମାନେ ମୋଶା-ପୁସ୍ତକର ଲିଖନାନୁସାରେ ଯିରୂଶାଲମରେ ପରମେଶ୍ୱରଙ୍କ ସେବାର୍ଥେ ଯାଜକମାନଙ୍କୁ ସେମାନଙ୍କ ବିଭାଗାନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ପାଳି ଅନୁସାରେ ନିଯୁକ୍ତ କଲେ।

19ଏଥିଉତ୍ତାରେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ବନ୍ଦୀତ୍ୱର ସନ୍ତାନଗଣ ନିସ୍ତାର ପର୍ବ ପାଳନ କଲେ।

20କାରଣ ଯାଜକମାନେ ଓ ଲେବୀୟମାନେ ଏକତ୍ର ଆପଣାମାନଙ୍କୁ ଶୁଚି କଲେ; ସେସମସ୍ତେ ଶୁଚି ହୋଇଥିଲେ; ଏଣୁ ସେମାନେ ବନ୍ଦୀତ୍ୱର ସମଗ୍ର ସନ୍ତାନ ନିମନ୍ତେ, ଆପଣା ଯାଜକ-ଭ୍ରାତୃଗଣ ନିମନ୍ତେ ଓ ଆପଣାମାନଙ୍କ ନିମନ୍ତେ ନିସ୍ତାର ପର୍ବର ବଳି ବଧ କଲେ।

21ଆଉ, ବନ୍ଦୀତ୍ୱର ପୁନରାଗତ ଇସ୍ରାଏଲ-ସନ୍ତାନଗଣ ଓ ଯେଉଁମାନେ ସେମାନଙ୍କର ପକ୍ଷ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଦେଶ ନିବାସୀ ଅନ୍ୟଦେଶୀୟମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ କରିଥିଲେ, ସେସମସ୍ତେ ଭୋଜନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.