19ଏଥିଉତ୍ତାରେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ବନ୍ଦୀତ୍ୱର ସନ୍ତାନଗଣ ନିସ୍ତାର ପର୍ବ ପାଳନ କଲେ।
20କାରଣ ଯାଜକମାନେ ଓ ଲେବୀୟମାନେ ଏକତ୍ର ଆପଣାମାନଙ୍କୁ ଶୁଚି କଲେ; ସେସମସ୍ତେ ଶୁଚି ହୋଇଥିଲେ; ଏଣୁ ସେମାନେ ବନ୍ଦୀତ୍ୱର ସମଗ୍ର ସନ୍ତାନ ନିମନ୍ତେ, ଆପଣା ଯାଜକ-ଭ୍ରାତୃଗଣ ନିମନ୍ତେ ଓ ଆପଣାମାନଙ୍କ ନିମନ୍ତେ ନିସ୍ତାର ପର୍ବର ବଳି ବଧ କଲେ।
21ଆଉ, ବନ୍ଦୀତ୍ୱର ପୁନରାଗତ ଇସ୍ରାଏଲ-ସନ୍ତାନଗଣ ଓ ଯେଉଁମାନେ ସେମାନଙ୍କର ପକ୍ଷ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଦେଶ ନିବାସୀ ଅନ୍ୟଦେଶୀୟମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ କରିଥିଲେ, ସେସମସ୍ତେ ଭୋଜନ କଲେ।
22ପୁଣି, ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; କାରଣ ସଦାପ୍ରଭୁ ସେମାନଙ୍କୁ ଆନନ୍ଦିତ କରିଥିଲେ ଓ ଇସ୍ରାଏଲର ପରମେଶ୍ୱର, ପରମେଶ୍ୱରଙ୍କ ଗୃହକାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇଥିଲେ।