ଏଜ୍ରା 6

“କୋରସ୍‍ ରାଜାଙ୍କ ରାଜତ୍ଵର ପ୍ରଥମ ବର୍ଷରେ କୋରସ୍‍ ରାଜା ଯିରୂଶାଲମସ୍ଥିତ ପରମେଶ୍ୱରଙ୍କ ଗୃହ ବିଷୟରେ ଏହି ଆଜ୍ଞା କଲେ, ଲୋକମାନଙ୍କ ବଳିଦାନ ସ୍ଥାନ ସେହି ଗୃହ ନିର୍ମିତ ହେଉ ଓ ତହିଁର ଭିତ୍ତିମୂଳ ଦୃଢ଼ ରୂପେ ସ୍ଥାପିତ ହେଉ; ତହିଁର ଉଚ୍ଚତା ଷାଠିଏ ହାତ ଓ ତହିଁର ପ୍ରସ୍ଥ ଷାଠିଏ ହାତ ହେଉ;

Ezra 6:3 (UKJV) In the first year of Cyrus the king the same Cyrus the king made a decree concerning the house of God at Jerusalem, Let the house be built, the place where they offered sacrifices, and let the foundations thereof be strongly laid; the height thereof threescore cubits, and the breadth thereof threescore cubits;

1ସେତେବେଳେ ଦାରୀୟାବସ ରାଜା ଆଜ୍ଞା କରନ୍ତେ, ବାବିଲସ୍ଥ ଯେଉଁ ପୁସ୍ତକାଳୟରେ ଧନ ସଞ୍ଚିତ ହେଲା, ତାହା ଅନୁସନ୍ଧାନ କରାଗଲା।

2ପୁଣି, ମାଦୀୟ ପ୍ରଦେଶସ୍ଥ ଅକ୍ଷ୍ମଥା ନାମକ ରାଜଗୃହରେ ଏକ ନଳାକାର ପୁସ୍ତକ ପ୍ରାପ୍ତ ହେଲା, ତହିଁ ମଧ୍ୟରେ ସ୍ମରଣାର୍ଥେ ଏରୂପ ଲେଖା ହୋଇଥିଲା।

3“କୋରସ୍‍ ରାଜାଙ୍କ ରାଜତ୍ଵର ପ୍ରଥମ ବର୍ଷରେ କୋରସ୍‍ ରାଜା ଯିରୂଶାଲମସ୍ଥିତ ପରମେଶ୍ୱରଙ୍କ ଗୃହ ବିଷୟରେ ଏହି ଆଜ୍ଞା କଲେ, ଲୋକମାନଙ୍କ ବଳିଦାନ ସ୍ଥାନ ସେହି ଗୃହ ନିର୍ମିତ ହେଉ ଓ ତହିଁର ଭିତ୍ତିମୂଳ ଦୃଢ଼ ରୂପେ ସ୍ଥାପିତ ହେଉ; ତହିଁର ଉଚ୍ଚତା ଷାଠିଏ ହାତ ଓ ତହିଁର ପ୍ରସ୍ଥ ଷାଠିଏ ହାତ ହେଉ;

4ତାହା ତିନି ଧାଡ଼ି ବଡ଼ ବଡ଼ ପ୍ରସ୍ତରରେ ଓ ଏକ ଧାଡ଼ି ନୂତନ କଡ଼ିକାଠରେ ଗୁନ୍ଥାଯାଉ; ଆଉ, ରାଜଗୃହରୁ ତହିଁର ବ୍ୟୟ ଦିଆଯାଉ;

5ଆହୁରି, ପରମେଶ୍ୱରଙ୍କ ଗୃହର ଯେସକଳ ସୁନା ଓ ରୂପାର ପାତ୍ର ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହାସବୁ ଫେରାଇ ଦିଆଯାଉ, ପୁଣି ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୂଶାଲମସ୍ଥ ମନ୍ଦିରର ସ୍ୱ ସ୍ୱ ସ୍ଥାନକୁ ଅଣାଯାଉ, ଆଉ ତୁମ୍ଭେ ପରମେଶ୍ୱରଙ୍କ ଗୃହରେ ତାହାସବୁ ରଖ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.