7ପରମେଶ୍ୱରଙ୍କ ଏହି ଗୃହର କାର୍ଯ୍ୟରେ ହସ୍ତ ଦିଅ ନାହିଁ; ଯିହୁଦୀୟମାନଙ୍କର ଅଧ୍ୟକ୍ଷ ଓ ଯିହୁଦୀୟମାନଙ୍କର ପ୍ରାଚୀନବର୍ଗ ପରମେଶ୍ୱରଙ୍କ ଏହି ଗୃହ ସ୍ୱ ସ୍ଥାନରେ ନିର୍ମାଣ କରନ୍ତୁ।
8ଆହୁରି, ପରମେଶ୍ୱରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ, ଅର୍ଥାତ୍, ନଦୀ ସେପାରିସ୍ଥ ରାଜ-କରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।
9ପୁଣି, ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୂଶାଲମସ୍ଥ ଯାଜକମାନଙ୍କ ବାକ୍ୟାନୁସାରେ ଯୁବା ବୃଷ ଓ ମେଷ ଓ ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହା ଯାହା ସେମାନଙ୍କର ପ୍ରୟୋଜନ, ତାହାସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ;
10ତହିଁରେ ସେମାନେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ନିମନ୍ତେ ପ୍ରାର୍ଥନା କରିବେ।
11ଆହୁରି ମୁଁ ଆଜ୍ଞା କରୁଅଛି ଯେ, ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ।