9କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲେ।
10ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲେ।
11ଅର୍ତ୍ତକ୍ଷସ୍ତ ରାଜା ଅଧ୍ୟାପକ ଏଜ୍ରା ଯାଜକକୁ, ଅର୍ଥାତ୍, ସଦାପ୍ରଭୁଙ୍କ ଆଜ୍ଞାବାକ୍ୟର ଓ ଇସ୍ରାଏଲ ପ୍ରତି ତାହାଙ୍କ ବିଧିର ଅଧ୍ୟାପକକୁ ଯେଉଁ ପତ୍ର ଦେଇଥିଲା, ତହିଁର ପ୍ରତିଲିପି ଏହି, ଯଥା,
12“ରାଜାଧିରାଜ ଅର୍ତ୍ତକ୍ଷସ୍ତ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ, ସିଦ୍ଧ, ଇତ୍ୟାଦି ଏଜ୍ରା ଯାଜକ ପ୍ରତି,
13ମୁଁ ଆଜ୍ଞା କରୁଅଛି ଯେ, ମୋʼ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ପୁଣି ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୂଶାଲମକୁ ସ୍ୱେଚ୍ଛାରେ ଯିବାକୁ ମନ କରନ୍ତି, ସେମାନେ ତୁମ୍ଭ ସଙ୍ଗେ ଯାଉନ୍ତୁ।