ଏଜ୍ରା 7

ମୁଁ ଆଜ୍ଞା କରୁଅଛି ଯେ, ମୋʼ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ପୁଣି ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୂଶାଲମକୁ ସ୍ୱେଚ୍ଛାରେ ଯିବାକୁ ମନ କରନ୍ତି, ସେମାନେ ତୁମ୍ଭ ସଙ୍ଗେ ଯାଉନ୍ତୁ।

Ezra 7:13 (UKJV) I make a decree, that all they of the people of Israel, and of his priests and Levites, in my realm, which are minded of their own freewill to go up to Jerusalem, go with you.

11ଅର୍ତ୍ତକ୍ଷସ୍ତ ରାଜା ଅଧ୍ୟାପକ ଏଜ୍ରା ଯାଜକକୁ, ଅର୍ଥାତ୍‍, ସଦାପ୍ରଭୁଙ୍କ ଆଜ୍ଞାବାକ୍ୟର ଓ ଇସ୍ରାଏଲ ପ୍ରତି ତାହାଙ୍କ ବିଧିର ଅଧ୍ୟାପକକୁ ଯେଉଁ ପତ୍ର ଦେଇଥିଲା, ତହିଁର ପ୍ରତିଲିପି ଏହି, ଯଥା,

12“ରାଜାଧିରାଜ ଅର୍ତ୍ତକ୍ଷସ୍ତ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ, ସିଦ୍ଧ, ଇତ୍ୟାଦି ଏଜ୍ରା ଯାଜକ ପ୍ରତି,

13ମୁଁ ଆଜ୍ଞା କରୁଅଛି ଯେ, ମୋʼ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ପୁଣି ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୂଶାଲମକୁ ସ୍ୱେଚ୍ଛାରେ ଯିବାକୁ ମନ କରନ୍ତି, ସେମାନେ ତୁମ୍ଭ ସଙ୍ଗେ ଯାଉନ୍ତୁ।

14କାରଣ ତୁମ୍ଭ ହସ୍ତସ୍ଥିତ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ପ୍ରମାଣେ ଯିହୁଦା ଓ ଯିରୂଶାଲମର ତତ୍ତ୍ୱାନୁସନ୍ଧାନ କରିବାକୁ,

15ପୁଣି, ଯିରୂଶାଲମରେ ଯାହାଙ୍କର ଆବାସ ଅଛି, ଇସ୍ରାଏଲର ସେହି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜା ଓ ତାଙ୍କ ମନ୍ତ୍ରୀଗଣର ସ୍ଵେଚ୍ଛାଦତ୍ତ ସୁନା ଓ ରୂପା,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.