12“ରାଜାଧିରାଜ ଅର୍ତ୍ତକ୍ଷସ୍ତ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ, ସିଦ୍ଧ, ଇତ୍ୟାଦି ଏଜ୍ରା ଯାଜକ ପ୍ରତି,
13ମୁଁ ଆଜ୍ଞା କରୁଅଛି ଯେ, ମୋʼ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ପୁଣି ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୂଶାଲମକୁ ସ୍ୱେଚ୍ଛାରେ ଯିବାକୁ ମନ କରନ୍ତି, ସେମାନେ ତୁମ୍ଭ ସଙ୍ଗେ ଯାଉନ୍ତୁ।
14କାରଣ ତୁମ୍ଭ ହସ୍ତସ୍ଥିତ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ପ୍ରମାଣେ ଯିହୁଦା ଓ ଯିରୂଶାଲମର ତତ୍ତ୍ୱାନୁସନ୍ଧାନ କରିବାକୁ,
15ପୁଣି, ଯିରୂଶାଲମରେ ଯାହାଙ୍କର ଆବାସ ଅଛି, ଇସ୍ରାଏଲର ସେହି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜା ଓ ତାଙ୍କ ମନ୍ତ୍ରୀଗଣର ସ୍ଵେଚ୍ଛାଦତ୍ତ ସୁନା ଓ ରୂପା,
16ଆଉ, ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ଯେସମସ୍ତ ରୂପା ଓ ସୁନା ପାଇବ, ପୁଣି ଲୋକମାନେ ଓ ଯାଜକମାନେ ସେମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହ ନିମନ୍ତେ ସ୍ଵେଚ୍ଛାପୂର୍ବକ ଯାହା ଦେବେ, ସେହି ସବୁ ସ୍ଵେଚ୍ଛାଦତ୍ତ ଉପହାର ନେବା ନିମନ୍ତେ ତୁମ୍ଭେ ରାଜା ଓ ତାଙ୍କ ସପ୍ତ ମନ୍ତ୍ରୀ ଦ୍ୱାରା ପ୍ରେରିତ ହେଉଅଛ;