16ଆଉ, ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ଯେସମସ୍ତ ରୂପା ଓ ସୁନା ପାଇବ, ପୁଣି ଲୋକମାନେ ଓ ଯାଜକମାନେ ସେମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହ ନିମନ୍ତେ ସ୍ଵେଚ୍ଛାପୂର୍ବକ ଯାହା ଦେବେ, ସେହି ସବୁ ସ୍ଵେଚ୍ଛାଦତ୍ତ ଉପହାର ନେବା ନିମନ୍ତେ ତୁମ୍ଭେ ରାଜା ଓ ତାଙ୍କ ସପ୍ତ ମନ୍ତ୍ରୀ ଦ୍ୱାରା ପ୍ରେରିତ ହେଉଅଛ;
17ଏହେତୁ ତୁମ୍ଭେ ଏହି ମୁଦ୍ରା ଦ୍ୱାରା ଯତ୍ନପୂର୍ବକ ବୃଷ, ମେଷ, ମେଷଶାବକ ଓ ତହିଁ ସଙ୍ଗେ ନିରୂପିତ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ କ୍ରୟ କରି ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହର ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ।
18ଆଉ, ଅବଶିଷ୍ଟ ରୂପା ଓ ସୁନାରେ ତୁମ୍ଭକୁ ଓ ତୁମ୍ଭ ଭ୍ରାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଇଚ୍ଛା ପ୍ରମାଣେ କରିବ।
19ପୁଣି, ତୁମ୍ଭ ପରମେଶ୍ୱରଙ୍କ ଗୃହର ସେବାର୍ଥକ ଯେସକଳ ପାତ୍ର ତୁମ୍ଭକୁ ଦିଆଯାଉଅଛି, ତାହାସବୁ ତୁମ୍ଭେ ଯିରୂଶାଲମର ପରମେଶ୍ୱରଙ୍କ ସମ୍ମୁଖରେ ସମର୍ପଣ କର।
20ପୁଣି, ତୁମ୍ଭ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରୟୋଜନୀୟ ଆଉ ଯାହା କିଛି ତୁମ୍ଭକୁ ଦେବାକୁ ପଡ଼ିବ, ତାହା ରାଜାଙ୍କ ଭଣ୍ଡାର ଗୃହରୁ ଦିଅ।