18ଆଉ, ଅବଶିଷ୍ଟ ରୂପା ଓ ସୁନାରେ ତୁମ୍ଭକୁ ଓ ତୁମ୍ଭ ଭ୍ରାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଇଚ୍ଛା ପ୍ରମାଣେ କରିବ।
19ପୁଣି, ତୁମ୍ଭ ପରମେଶ୍ୱରଙ୍କ ଗୃହର ସେବାର୍ଥକ ଯେସକଳ ପାତ୍ର ତୁମ୍ଭକୁ ଦିଆଯାଉଅଛି, ତାହାସବୁ ତୁମ୍ଭେ ଯିରୂଶାଲମର ପରମେଶ୍ୱରଙ୍କ ସମ୍ମୁଖରେ ସମର୍ପଣ କର।
20ପୁଣି, ତୁମ୍ଭ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରୟୋଜନୀୟ ଆଉ ଯାହା କିଛି ତୁମ୍ଭକୁ ଦେବାକୁ ପଡ଼ିବ, ତାହା ରାଜାଙ୍କ ଭଣ୍ଡାର ଗୃହରୁ ଦିଅ।
21ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଚାହିଁବ,
22ତାହାସବୁ ଏକ ଶହ ତାଳନ୍ତ ପର୍ଯ୍ୟନ୍ତ ରୂପା ଓ ଏକ ଶହ ମହଣ ପର୍ଯ୍ୟନ୍ତ ଗହମ ଓ ଏକ ଶହ ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ ଏକ ଶହ ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ।