20ପୁଣି, ତୁମ୍ଭ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରୟୋଜନୀୟ ଆଉ ଯାହା କିଛି ତୁମ୍ଭକୁ ଦେବାକୁ ପଡ଼ିବ, ତାହା ରାଜାଙ୍କ ଭଣ୍ଡାର ଗୃହରୁ ଦିଅ।
21ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଚାହିଁବ,
22ତାହାସବୁ ଏକ ଶହ ତାଳନ୍ତ ପର୍ଯ୍ୟନ୍ତ ରୂପା ଓ ଏକ ଶହ ମହଣ ପର୍ଯ୍ୟନ୍ତ ଗହମ ଓ ଏକ ଶହ ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ ଏକ ଶହ ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ।
23ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଦ୍ୱାରା ଯାହା ଯାହା ଆଜ୍ଞା କରାଯାଇଅଛି, ତାହାସବୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଗୃହ ନିମନ୍ତେ ଠିକ୍ ରୂପେ କରାଯାଉ; କାରଣ ରାଜା ଓ ତାଙ୍କ ପୁତ୍ରଗଣର ରାଜ୍ୟ ବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ?
24ଆହୁରି, ଯାଜକମାନଙ୍କର ଓ ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ୱାରପାଳମାନଙ୍କର, ନଥୀନୀୟମାନଙ୍କର ଓ ପରମେଶ୍ୱରଙ୍କ ଏହି ଗୃହର ସେବକମାନଙ୍କର କାହାରି ଉପରେ କର, ରାଜସ୍ୱ ବା ମାଶୁଲ ବସାଇବା ବ୍ୟବସ୍ଥା ବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ।