ଏଜ୍ରା 7

ଆହୁରି, ଯାଜକମାନଙ୍କର ଓ ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ୱାରପାଳମାନଙ୍କର, ନଥୀନୀୟମାନଙ୍କର ଓ ପରମେଶ୍ୱରଙ୍କ ଏହି ଗୃହର ସେବକମାନଙ୍କର କାହାରି ଉପରେ କର, ରାଜସ୍ୱ ବା ମାଶୁଲ ବସାଇବା ବ୍ୟବସ୍ଥା ବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ।

Ezra 7:24 (UKJV) Also we certify you, that concerning any of the priests and Levites, singers, porters, Nethinims, or ministers of this house of God, it shall not be lawful to impose toll, tribute, or custom, upon them.

22ତାହାସବୁ ଏକ ଶହ ତାଳନ୍ତ ପର୍ଯ୍ୟନ୍ତ ରୂପା ଓ ଏକ ଶହ ମହଣ ପର୍ଯ୍ୟନ୍ତ ଗହମ ଓ ଏକ ଶହ ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ ଏକ ଶହ ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ।

23ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଦ୍ୱାରା ଯାହା ଯାହା ଆଜ୍ଞା କରାଯାଇଅଛି, ତାହାସବୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଗୃହ ନିମନ୍ତେ ଠିକ୍ ରୂପେ କରାଯାଉ; କାରଣ ରାଜା ଓ ତାଙ୍କ ପୁତ୍ରଗଣର ରାଜ୍ୟ ବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ?

24ଆହୁରି, ଯାଜକମାନଙ୍କର ଓ ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ୱାରପାଳମାନଙ୍କର, ନଥୀନୀୟମାନଙ୍କର ଓ ପରମେଶ୍ୱରଙ୍କ ଏହି ଗୃହର ସେବକମାନଙ୍କର କାହାରି ଉପରେ କର, ରାଜସ୍ୱ ବା ମାଶୁଲ ବସାଇବା ବ୍ୟବସ୍ଥା ବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ।

25ଆଉ, ହେ ଏଜ୍ରା, ତୁମ୍ଭ ପରମେଶ୍ୱରଙ୍କ ବିଷୟକ ଯେଉଁ ଜ୍ଞାନ ତୁମ୍ଭ ହସ୍ତରେ ଅଛି, ତଦନୁସାରେ ନଦୀ ସେପାରିସ୍ଥ ସମସ୍ତ ଲୋକଙ୍କର ବିଚାରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଚାରକର୍ତ୍ତାମାନଙ୍କୁ ତୁମ୍ଭେ ନିଯୁକ୍ତ କର; ଆଉ, ଯେ ତାହା ନ ଜାଣେ, ତାହାକୁ ତୁମ୍ଭେମାନେ ଶିକ୍ଷା ଦିଅ।

26ଆଉ, ଯେକେହି ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଓ ରାଜ-ବ୍ୟବସ୍ଥା ପାଳିବାକୁ ଅସମ୍ମତ ହେବ, ସେହି ଦୋଷ ପ୍ରାଣଦଣ୍ଡର କି ନିର୍ବାସନର କି ଅର୍ଥଦଣ୍ଡର କି କାରାଦଣ୍ଡର ଯୋଗ୍ୟ ହେଉ ପଛେ, ଯତ୍ନପୂର୍ବକ ତାହାର ଶାସନ କରାଯିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.