26ଆଉ, ଯେକେହି ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଓ ରାଜ-ବ୍ୟବସ୍ଥା ପାଳିବାକୁ ଅସମ୍ମତ ହେବ, ସେହି ଦୋଷ ପ୍ରାଣଦଣ୍ଡର କି ନିର୍ବାସନର କି ଅର୍ଥଦଣ୍ଡର କି କାରାଦଣ୍ଡର ଯୋଗ୍ୟ ହେଉ ପଛେ, ଯତ୍ନପୂର୍ବକ ତାହାର ଶାସନ କରାଯିବ।”
27ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ୱିତ କରିବାକୁ ରାଜାର ଅନ୍ତଃକରଣକୁ ଏରୂପ ଉଦ୍ଦୀପିତ କରିଅଛନ୍ତି,
28ଆଉ, ରାଜାର ଓ ତାହାର ମନ୍ତ୍ରୀଗଣର ଓ ରାଜାର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋʼ ପ୍ରତି ଦୟା ପ୍ରକାଶ କରିଅଛନ୍ତି, ସେ ଧନ୍ୟ ହେଉନ୍ତୁ। ଏହିରୂପେ ମୋʼ ପ୍ରତି ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ହସ୍ତର ସହାୟତା ପ୍ରମାଣେ ମୁଁ ସବଳ ହେଲି ଓ ମୋʼ ସଙ୍ଗେ ଯାତ୍ରା କରିବାକୁ ଇସ୍ରାଏଲ ମଧ୍ୟରୁ ପ୍ରଧାନ ଲୋକଙ୍କୁ ଏକତ୍ର କଲି।