1ଏହିସବୁ ଘଟଣା ଉତ୍ତାରେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ସରାୟର ପୁତ୍ର ଏଜ୍ରା ବାବିଲରୁ ଯାତ୍ରା କଲା; ଉକ୍ତ ସରାୟ ଅସରୀୟର ସନ୍ତାନ, ଅସରୀୟ ହିଲ୍କୀୟର ସନ୍ତାନ,
2ହିଲ୍କୀୟ ଶଲ୍ଲୁମ୍ର ସନ୍ତାନ, ଶଲ୍ଲୁମ୍ ସାଦୋକର ସନ୍ତାନ, ସାଦୋକ ଅହୀଟୂବ୍ର ସନ୍ତାନ,
3ଅହୀଟୂବ୍ ଅମରୀୟର ସନ୍ତାନ, ଅମରୀୟ ଅସରୀୟର ସନ୍ତାନ, ଅସରୀୟ ମରାୟୋତ୍ର ସନ୍ତାନ,
4ମରାୟୋତ୍ ସରହୀୟର ସନ୍ତାନ, ସରହୀୟ ଉଷିର ସନ୍ତାନ, ଉଷି ବୁକ୍କିର ସନ୍ତାନ,
5ବୁକ୍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍ର ସନ୍ତାନ, ପୀନହସ୍ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର।