7ଆଉ, ଅର୍ତ୍ତକ୍ଷସ୍ତ ରାଜାର ସପ୍ତମ ବର୍ଷରେ ଇସ୍ରାଏଲ ସନ୍ତାନମାନଙ୍କର ଓ ଯାଜକମାନଙ୍କର ଓ ଲେବୀୟମାନଙ୍କର କେତେକ ଲୋକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଯିରୂଶାଲମକୁ ଗଲେ।
8ଆଉ, ଏଜ୍ରା ପଞ୍ଚମ ମାସରେ, ଅର୍ଥାତ୍, ରାଜାର ସେହି ସପ୍ତମ ବର୍ଷରେ ଯିରୂଶାଲମରେ ଉପସ୍ଥିତ ହେଲେ।
9କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲେ।
10ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲେ।
11ଅର୍ତ୍ତକ୍ଷସ୍ତ ରାଜା ଅଧ୍ୟାପକ ଏଜ୍ରା ଯାଜକକୁ, ଅର୍ଥାତ୍, ସଦାପ୍ରଭୁଙ୍କ ଆଜ୍ଞାବାକ୍ୟର ଓ ଇସ୍ରାଏଲ ପ୍ରତି ତାହାଙ୍କ ବିଧିର ଅଧ୍ୟାପକକୁ ଯେଉଁ ପତ୍ର ଦେଇଥିଲା, ତହିଁର ପ୍ରତିଲିପି ଏହି, ଯଥା,