ଏଜ୍ରା 8

ଆଉ, ଅଦୋନୀକାମର ସନ୍ତାନଗଣ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଏହି, ଇଲୀଫେଲଟ୍‍, ଯିୟୀୟେଲ୍‍ ଓ ଶମୟୀୟ; ସେମାନଙ୍କ ସଙ୍ଗେ ଷାଠିଏ ପୁରୁଷ।

Ezra 8:13 (UKJV) And of the last sons of Adonikam, whose names are these, Eliphelet, Jeiel, and Shemaiah, and with them threescore males.

11ପୁଣି, ବେବୟର ସନ୍ତାନଗଣ ମଧ୍ୟରୁ ବେବୟର ପୁତ୍ର ଜିଖରୀୟ ଓ ତାଙ୍କ ସଙ୍ଗେ ଅଠାଇଶ ପୁରୁଷ।

12ଅସ୍ଗଦର ସନ୍ତାନଗଣ ମଧ୍ୟରୁ ହକାଟନର ପୁତ୍ର ଯୋହାନନ୍‍ ଓ ତାହା ସଙ୍ଗେ ଏକ ଶହ ଦଶ ପୁରୁଷ।

13ଆଉ, ଅଦୋନୀକାମର ସନ୍ତାନଗଣ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଏହି, ଇଲୀଫେଲଟ୍‍, ଯିୟୀୟେଲ୍‍ ଓ ଶମୟୀୟ; ସେମାନଙ୍କ ସଙ୍ଗେ ଷାଠିଏ ପୁରୁଷ।

14ଆଉ, ବିଗ୍‍ବୟର ସନ୍ତାନଗଣ ମଧ୍ୟରୁ ଊଥୟ ଓ ସକ୍କୁର ଓ ସେମାନଙ୍କ ସଙ୍ଗେ ସତୁରି ପୁରୁଷ।

15ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.