12ଅସ୍ଗଦର ସନ୍ତାନଗଣ ମଧ୍ୟରୁ ହକାଟନର ପୁତ୍ର ଯୋହାନନ୍ ଓ ତାହା ସଙ୍ଗେ ଏକ ଶହ ଦଶ ପୁରୁଷ।
13ଆଉ, ଅଦୋନୀକାମର ସନ୍ତାନଗଣ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଏହି, ଇଲୀଫେଲଟ୍, ଯିୟୀୟେଲ୍ ଓ ଶମୟୀୟ; ସେମାନଙ୍କ ସଙ୍ଗେ ଷାଠିଏ ପୁରୁଷ।
14ଆଉ, ବିଗ୍ବୟର ସନ୍ତାନଗଣ ମଧ୍ୟରୁ ଊଥୟ ଓ ସକ୍କୁର ଓ ସେମାନଙ୍କ ସଙ୍ଗେ ସତୁରି ପୁରୁଷ।
15ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ।
16ତେବେ ମୁଁ ଇଲୀୟେଜର, ଅରୀୟେଲ, ଶମୟୀୟ, ଇଲ୍ନାଥନ୍, ଯାରିବ, ଇଲ୍ନାଥନ୍, ନାଥନ, ଜିଖରୀୟ ଓ ମଶୁଲ୍ଲମ୍, ଏହି ପ୍ରଧାନ ଲୋକମାନଙ୍କୁ; ମଧ୍ୟ ଯୋୟାରୀବ୍ ଓ ଇଲ୍ନାଥନ୍ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି।