ଏଜ୍ରା 8

ତେବେ ମୁଁ ଇଲୀୟେଜର, ଅରୀୟେଲ, ଶମୟୀୟ, ଇଲ୍‍ନାଥନ୍‍, ଯାରିବ, ଇଲ୍‍ନାଥନ୍‍, ନାଥନ, ଜିଖରୀୟ ଓ ମଶୁଲ୍ଲମ୍‍, ଏହି ପ୍ରଧାନ ଲୋକମାନଙ୍କୁ; ମଧ୍ୟ ଯୋୟାରୀବ୍‍ ଓ ଇଲ୍‍ନାଥନ୍‍ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି।

Ezra 8:16 (UKJV) Then sent I for Eliezer, for Ariel, for Shemaiah, and for Elnathan, and for Jarib, and for Elnathan, and for Nathan, and for Zechariah, and for Meshullam, chief men; also for Joiarib, and for Elnathan, men of understanding.

14ଆଉ, ବିଗ୍‍ବୟର ସନ୍ତାନଗଣ ମଧ୍ୟରୁ ଊଥୟ ଓ ସକ୍କୁର ଓ ସେମାନଙ୍କ ସଙ୍ଗେ ସତୁରି ପୁରୁଷ।

15ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ।

16ତେବେ ମୁଁ ଇଲୀୟେଜର, ଅରୀୟେଲ, ଶମୟୀୟ, ଇଲ୍‍ନାଥନ୍‍, ଯାରିବ, ଇଲ୍‍ନାଥନ୍‍, ନାଥନ, ଜିଖରୀୟ ଓ ମଶୁଲ୍ଲମ୍‍, ଏହି ପ୍ରଧାନ ଲୋକମାନଙ୍କୁ; ମଧ୍ୟ ଯୋୟାରୀବ୍‍ ଓ ଇଲ୍‍ନାଥନ୍‍ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି।

17ଏଥିଉତ୍ତାରେ ମୁଁ ସେମାନଙ୍କୁ କାସିଫିଆ ନାମକ ସ୍ଥାନର ପ୍ରଧାନ ଲୋକ ଇଦ୍ଦୋ ନିକଟକୁ ପଠାଇଲି; ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ନିମନ୍ତେ ଆମ୍ଭମାନଙ୍କ ନିକଟକୁ ପରିଚାରକମାନଙ୍କୁ ଆଣ ବୋଲି କାସିଫିଆ ସ୍ଥାନସ୍ଥ ଇଦ୍ଦୋକୁ ଓ ତାହାର ଭ୍ରାତୃଗଣ ନଥୀନୀୟମାନଙ୍କୁ କହିବା ପାଇଁ ମୁଁ ସେମାନଙ୍କୁ ଆଦେଶ କଲି।

18ତହୁଁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ସନ୍ତାନଗଣ ମଧ୍ୟରୁ ଏକ ଜଣ ପ୍ରବୀଣ ଲୋକକୁ; ପୁଣି, ଶେରେବୀୟ ଓ ତାହାର ପୁତ୍ର ଓ ଭ୍ରାତୃଗଣ ସମେତ ଅଠର ଜଣକୁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.