16ତେବେ ମୁଁ ଇଲୀୟେଜର, ଅରୀୟେଲ, ଶମୟୀୟ, ଇଲ୍ନାଥନ୍, ଯାରିବ, ଇଲ୍ନାଥନ୍, ନାଥନ, ଜିଖରୀୟ ଓ ମଶୁଲ୍ଲମ୍, ଏହି ପ୍ରଧାନ ଲୋକମାନଙ୍କୁ; ମଧ୍ୟ ଯୋୟାରୀବ୍ ଓ ଇଲ୍ନାଥନ୍ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି।
17ଏଥିଉତ୍ତାରେ ମୁଁ ସେମାନଙ୍କୁ କାସିଫିଆ ନାମକ ସ୍ଥାନର ପ୍ରଧାନ ଲୋକ ଇଦ୍ଦୋ ନିକଟକୁ ପଠାଇଲି; ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ନିମନ୍ତେ ଆମ୍ଭମାନଙ୍କ ନିକଟକୁ ପରିଚାରକମାନଙ୍କୁ ଆଣ ବୋଲି କାସିଫିଆ ସ୍ଥାନସ୍ଥ ଇଦ୍ଦୋକୁ ଓ ତାହାର ଭ୍ରାତୃଗଣ ନଥୀନୀୟମାନଙ୍କୁ କହିବା ପାଇଁ ମୁଁ ସେମାନଙ୍କୁ ଆଦେଶ କଲି।
18ତହୁଁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ସନ୍ତାନଗଣ ମଧ୍ୟରୁ ଏକ ଜଣ ପ୍ରବୀଣ ଲୋକକୁ; ପୁଣି, ଶେରେବୀୟ ଓ ତାହାର ପୁତ୍ର ଓ ଭ୍ରାତୃଗଣ ସମେତ ଅଠର ଜଣକୁ;
19ଆଉ, ହଶବୀୟ ଓ ତାହା ସଙ୍ଗେ ମରାରି-ସନ୍ତାନଗଣ ମଧ୍ୟରୁ ଯିଶାୟାହ, ତାହାର ଭ୍ରାତୃଗଣ ଓ ସେମାନଙ୍କ ପୁତ୍ରଗଣ ସମେତ କୋଡ଼ିଏ ଜଣକୁ;
20ଆଉ, ଦାଉଦ ଓ ଅଧିପତିମାନେ ଯେଉଁ ନଥୀନୀୟମାନଙ୍କୁ ଲେବୀୟମାନଙ୍କ ସେବାକାର୍ଯ୍ୟ ନିମନ୍ତେ ଦେଇଥିଲେ, ସେମାନଙ୍କ ମଧ୍ୟରୁ ଦୁଇ ଶହ କୋଡ଼ିଏ ଜଣ ନଥୀନୀୟ ଲୋକ ଆଣିଲେ; ଏସମସ୍ତଙ୍କ ନାମ ଲିଖିତ ହେଲା।