ଏଜ୍ରା 8

ପୀନହସ୍‍ର ସନ୍ତାନଗଣ ମଧ୍ୟରୁ ଗେର୍ଶୋମ; ଈଥାମରର ସନ୍ତାନଗଣ ମଧ୍ୟରୁ ଦାନିୟେଲ; ଦାଉଦଙ୍କର ସନ୍ତାନଗଣ ମଧ୍ୟରୁ ହଟୂଶ୍‍।

Ezra 8:2 (UKJV) Of the sons of Phinehas; Gershom: of the sons of Ithamar; Daniel: of the sons of David; Hattush.

1ଅର୍ତ୍ତକ୍ଷସ୍ତ ରାଜାର ଅଧିକାର ସମୟରେ ଆପଣା ଆପଣା ପିତୃବଂଶର ଯେଉଁ ପ୍ରଧାନବର୍ଗ ଆମ୍ଭ ସଙ୍ଗେ ବାବିଲରୁ ଯାତ୍ରା କଲେ, ସେମାନଙ୍କର ବଂଶାବଳୀ ଏହି, ଯଥା,

2ପୀନହସ୍‍ର ସନ୍ତାନଗଣ ମଧ୍ୟରୁ ଗେର୍ଶୋମ; ଈଥାମରର ସନ୍ତାନଗଣ ମଧ୍ୟରୁ ଦାନିୟେଲ; ଦାଉଦଙ୍କର ସନ୍ତାନଗଣ ମଧ୍ୟରୁ ହଟୂଶ୍‍।

3ଶଖନୀୟର ସନ୍ତାନଗଣ ମଧ୍ୟରୁ; ପରିୟୋଶର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଓ ପୁରୁଷମାନଙ୍କ ବଂଶାବଳୀ କ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ।

4ପହତ୍‍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.