ଏଜ୍ରା 8

ତହୁଁ ମୁଁ ଯାଜକମାନଙ୍କ ମଧ୍ୟରୁ ବାର ଜଣ ପ୍ରଧାନ ଲୋକଙ୍କୁ, ଅର୍ଥାତ୍‍, ଶେରେବୀୟ, ହଶବୀୟ ଓ ସେମାନଙ୍କ ସହିତ ସେମାନଙ୍କର ଦଶ ଜଣ ଭ୍ରାତାଙ୍କୁ ପୃଥକ କଲି;

Ezra 8:24 (UKJV) Then I separated twelve of the chief of the priests, Sherebiah, Hashabiah, and ten of their brethren with them,

22କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।

23ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ।

24ତହୁଁ ମୁଁ ଯାଜକମାନଙ୍କ ମଧ୍ୟରୁ ବାର ଜଣ ପ୍ରଧାନ ଲୋକଙ୍କୁ, ଅର୍ଥାତ୍‍, ଶେରେବୀୟ, ହଶବୀୟ ଓ ସେମାନଙ୍କ ସହିତ ସେମାନଙ୍କର ଦଶ ଜଣ ଭ୍ରାତାଙ୍କୁ ପୃଥକ କଲି;

25ଆଉ, ରାଜା ଓ ତାହାର ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ଲୋକ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ନିମନ୍ତେ ଯେଉଁ ରୂପା ଓ ସୁନା ଓ ପାତ୍ରସକଳ ଉପହାର ରୂପେ ପ୍ରଦାନ କରିଥିଲେ, ତାହା ସେମାନଙ୍କୁ ତୌଲି ଦେଲି;

26ମୁଁ ସେମାନଙ୍କ ହସ୍ତରେ ଛଅ ଶହ ପଚାଶ ତାଳନ୍ତ ରୂପା ଓ ଶହେ ତାଳନ୍ତ ରୌପ୍ୟମୟ ପାତ୍ର; ଶହେ ତାଳନ୍ତ ସୁନା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.