24ତହୁଁ ମୁଁ ଯାଜକମାନଙ୍କ ମଧ୍ୟରୁ ବାର ଜଣ ପ୍ରଧାନ ଲୋକଙ୍କୁ, ଅର୍ଥାତ୍, ଶେରେବୀୟ, ହଶବୀୟ ଓ ସେମାନଙ୍କ ସହିତ ସେମାନଙ୍କର ଦଶ ଜଣ ଭ୍ରାତାଙ୍କୁ ପୃଥକ କଲି;
25ଆଉ, ରାଜା ଓ ତାହାର ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ଲୋକ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ନିମନ୍ତେ ଯେଉଁ ରୂପା ଓ ସୁନା ଓ ପାତ୍ରସକଳ ଉପହାର ରୂପେ ପ୍ରଦାନ କରିଥିଲେ, ତାହା ସେମାନଙ୍କୁ ତୌଲି ଦେଲି;
26ମୁଁ ସେମାନଙ୍କ ହସ୍ତରେ ଛଅ ଶହ ପଚାଶ ତାଳନ୍ତ ରୂପା ଓ ଶହେ ତାଳନ୍ତ ରୌପ୍ୟମୟ ପାତ୍ର; ଶହେ ତାଳନ୍ତ ସୁନା;
27ଏକ ହଜାର ଡ୍ରାକ୍ମା (ଗ୍ରୀସ୍ଦେଶୀୟ ମୁଦ୍ରା) ମୂଲ୍ୟର କୋଡ଼ିଏ ସ୍ୱର୍ଣ୍ଣମୟ ପାତ୍ର, ପୁଣି ସ୍ୱର୍ଣ୍ଣ ତୁଲ୍ୟ ବହୁମୂଲ୍ୟ, ଉତ୍ତମ ଉଜ୍ଜ୍ୱଳ ପିତ୍ତଳର ଦୁଇ ପାତ୍ର ତୌଲି ଦେଲି।
28ପୁଣି, ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟ ଓ ପାତ୍ରସକଳ ମଧ୍ୟ ପବିତ୍ର ଅଟେ; ଆଉ, ଏହି ରୂପା ଓ ସୁନା ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଅଟେ।