ଏଜ୍ରା 8

ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହର କୋଠରିରେ ପ୍ରଧାନ ଯାଜକବର୍ଗର ଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପିତୃ ବଂଶାଧିପତିମାନଙ୍କ ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁ ରକ୍ଷା କର।”

Ezra 8:29 (UKJV) Watch all of you, and keep them, until all of you weigh them before the chief of the priests and the Levites, and chief of the fathers of Israel, at Jerusalem, in the chambers of the house of the LORD.

27ଏକ ହଜାର ଡ୍ରାକ୍‌ମା (ଗ୍ରୀସ୍‌ଦେଶୀୟ ମୁଦ୍ରା) ମୂଲ୍ୟର କୋଡ଼ିଏ ସ୍ୱର୍ଣ୍ଣମୟ ପାତ୍ର, ପୁଣି ସ୍ୱର୍ଣ୍ଣ ତୁଲ୍ୟ ବହୁମୂଲ୍ୟ, ଉତ୍ତମ ଉଜ୍ଜ୍ୱଳ ପିତ୍ତଳର ଦୁଇ ପାତ୍ର ତୌଲି ଦେଲି।

28ପୁଣି, ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟ ଓ ପାତ୍ରସକଳ ମଧ୍ୟ ପବିତ୍ର ଅଟେ; ଆଉ, ଏହି ରୂପା ଓ ସୁନା ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଅଟେ।

29ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହର କୋଠରିରେ ପ୍ରଧାନ ଯାଜକବର୍ଗର ଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପିତୃ ବଂଶାଧିପତିମାନଙ୍କ ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁ ରକ୍ଷା କର।”

30ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନା ଓ ପାତ୍ରସକଳ ଗ୍ରହଣ କଲେ।

31ଏଥିଉତ୍ତାରେ ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ୱାଦଶ ଦିନ ଅହବା ନଦୀ ନିକଟରୁ ପ୍ରସ୍ଥାନ କଲୁ; ଆମ୍ଭମାନଙ୍କ ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା, ଆଉ ପଥ ମଧ୍ୟରେ ସେ ଶତ୍ରୁ ଓ ଛକି ବସିବା ଲୋକ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.