30ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନା ଓ ପାତ୍ରସକଳ ଗ୍ରହଣ କଲେ।
31ଏଥିଉତ୍ତାରେ ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ୱାଦଶ ଦିନ ଅହବା ନଦୀ ନିକଟରୁ ପ୍ରସ୍ଥାନ କଲୁ; ଆମ୍ଭମାନଙ୍କ ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା, ଆଉ ପଥ ମଧ୍ୟରେ ସେ ଶତ୍ରୁ ଓ ଛକି ବସିବା ଲୋକ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲେ।
32ତହିଁରେ ଆମ୍ଭେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ବିଶ୍ରାମ କଲୁ।
33ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ;
34ସମଗ୍ର ଦ୍ରବ୍ୟ ଗଣିତ ଓ ପରିମିତ ହୋଇ ଦିଆଗଲା ଓ ସେହି ସମୟରେ ସେହିସବୁର ଓଜନ ଲେଖାଗଲା।