ଏଜ୍ରା 8

ସମଗ୍ର ଦ୍ରବ୍ୟ ଗଣିତ ଓ ପରିମିତ ହୋଇ ଦିଆଗଲା ଓ ସେହି ସମୟରେ ସେହିସବୁର ଓଜନ ଲେଖାଗଲା।

Ezra 8:34 (UKJV) By number and by weight of every one: and all the weight was written at that time.

32ତହିଁରେ ଆମ୍ଭେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ବିଶ୍ରାମ କଲୁ।

33ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍‍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍‍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍‍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ;

34ସମଗ୍ର ଦ୍ରବ୍ୟ ଗଣିତ ଓ ପରିମିତ ହୋଇ ଦିଆଗଲା ଓ ସେହି ସମୟରେ ସେହିସବୁର ଓଜନ ଲେଖାଗଲା।

35ନିର୍ବାସନରୁ ଆଗତ ବନ୍ଦୀତ୍ୱର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା।

36ଏଥିଉତ୍ତାରେ ସେମାନେ ନଦୀ ସେପାରିସ୍ଥ ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞା ପତ୍ର ସମର୍ପଣ କଲେ; ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ସାହାଯ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.