34ସମଗ୍ର ଦ୍ରବ୍ୟ ଗଣିତ ଓ ପରିମିତ ହୋଇ ଦିଆଗଲା ଓ ସେହି ସମୟରେ ସେହିସବୁର ଓଜନ ଲେଖାଗଲା।
35ନିର୍ବାସନରୁ ଆଗତ ବନ୍ଦୀତ୍ୱର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା।
36ଏଥିଉତ୍ତାରେ ସେମାନେ ନଦୀ ସେପାରିସ୍ଥ ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞା ପତ୍ର ସମର୍ପଣ କଲେ; ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ସାହାଯ୍ୟ କଲେ।