ଏଜ୍ରା 9

ଏବେ ହେ ଆମ୍ଭମାନଙ୍କ ପରମେଶ୍ୱର, ଏଥିଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା?

Ezra 9:10 (UKJV) And now, O our God, what shall we say after this? for we have forsaken your commandments,

8ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍‍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି।

9କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।

10ଏବେ ହେ ଆମ୍ଭମାନଙ୍କ ପରମେଶ୍ୱର, ଏଥିଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା?

11ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ଅଶୁଚିତା ଦ୍ୱାରା ଅଶୁଚି ଦେଶ ଅଟେ, ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ଅଶୁଚିତାରେ ପରିପୂର୍ଣ୍ଣ କରିଅଛି।

12ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭେମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ।’ ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.