13ଏଣୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କ ଦୁଷ୍କର୍ମ ଓ ମହାଦୋଷ ସକାଶୁ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଲେ ହେଁ ତୁମ୍ଭେ ଯେ ଆମ୍ଭମାନଙ୍କ ଅପରାଧର ଉଚିତ ଦଣ୍ଡରୁ ଊଣା ଦଣ୍ଡ ଆମ୍ଭମାନଙ୍କୁ ଦେଇଅଛ ଓ ଆମ୍ଭମାନଙ୍କର ଏପରି ଅବଶିଷ୍ଟ ଲୋକ ରଖିଅଛ,
14ଏହା ଦେଖି ଆମ୍ଭେମାନେ କʼଣ ପୁନର୍ବାର ତୁମ୍ଭର ଆଜ୍ଞାଲଙ୍ଘନ କରିବୁ ଓ ଏହି ଘୃଣାଯୋଗ୍ୟ କର୍ମକାରୀ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ କୁଟୁମ୍ବିତା କରିବୁ? କଲେ ତୁମ୍ଭେ କʼଣ ଆମ୍ଭମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ କ୍ରୁଦ୍ଧ ହେବ ନାହିଁ? ତହିଁରେ କେହି ଅବଶିଷ୍ଟ କି ରକ୍ଷିତ ରହିବେ ନାହିଁ।
15ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇପାରେ ନାହିଁ।”