1ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।
2କାରଣ ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି; ଏହିରୂପେ ପବିତ୍ର ବଂଶ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି; ଆହୁରି, ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।”
3ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ଡାଇ ବିସ୍ମିତ ହୋଇ ବସିଲି।
4ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।