ଏଜ୍ରା 9

ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ଡାଇ ବିସ୍ମିତ ହୋଇ ବସିଲି।

Ezra 9:3 (UKJV) And when I heard this thing, I rent my garment and my mantle, and plucked off the hair of my head and of my beard, and sat down astonished.

1ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।

2କାରଣ ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି; ଏହିରୂପେ ପବିତ୍ର ବଂଶ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି; ଆହୁରି, ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।”

3ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ଡାଇ ବିସ୍ମିତ ହୋଇ ବସିଲି।

4ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।

5ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ଦୁଃଖିତାବସ୍ଥାରୁ ଉଠିଲି, ମୋʼ ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁପାତି ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.