12ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି।
13ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚରଣ ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ବରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,
14ଆଉ, ମୋହର ପିତୃ-ପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି।
15କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,
16ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼ ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟଠାରୁ କୌଣସି ପରାମର୍ଶ ନ ନେଇ