ଗାଲାତୀୟ 1

କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,

Galatians 1:15 (UKJV) But when it pleased God, who separated me from my mother's womb, and called me by his grace,

13ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚରଣ ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ବରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,

14ଆଉ, ମୋହର ପିତୃ-ପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍‌ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି।

15କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,

16ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼ ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟଠାରୁ କୌଣସି ପରାମର୍ଶ ନ ନେଇ

17କିଅବା ମୋʼ ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମ ସହରକୁ ନ ଯାଇ ସେହିକ୍ଷଣି ଆରବ ଦେଶକୁ ବାହାରିଗଲି; ପୁନଶ୍ଚ ମୁଁ ଦମ୍ମେଶକ ସହରକୁ ବାହୁଡ଼ି ଆସିଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.