ଗାଲାତୀୟ 1

ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମ ସହରକୁ ଗଲି ଓ ତାହାଙ୍କ ସହିତ ପନ୍ଦର ଦିନ ରହିଲି।

Galatians 1:18 (UKJV) Then after three years I went up to Jerusalem to see Peter, and abode with him fifteen days.

16ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼ ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟଠାରୁ କୌଣସି ପରାମର୍ଶ ନ ନେଇ

17କିଅବା ମୋʼ ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମ ସହରକୁ ନ ଯାଇ ସେହିକ୍ଷଣି ଆରବ ଦେଶକୁ ବାହାରିଗଲି; ପୁନଶ୍ଚ ମୁଁ ଦମ୍ମେଶକ ସହରକୁ ବାହୁଡ଼ି ଆସିଲି।

18ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମ ସହରକୁ ଗଲି ଓ ତାହାଙ୍କ ସହିତ ପନ୍ଦର ଦିନ ରହିଲି।

19କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ।

20ମୁଁ ଯେଉଁ ସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ବରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.