ଗାଲାତୀୟ 1

ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;

Galatians 1:3 (UKJV) Grace be to you and peace from God the Father, and from our Lord Jesus Christ,

1ମୁଁ ପାଉଲ, ଜଣେ ପ୍ରେରିତ ମନୁଷ୍ୟଠାରୁ ନୁହେଁ, କିମ୍ବା ମନୁଷ୍ୟମାନଙ୍କ ଦ୍ୱାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏବଂ ଯେଉଁ ପିତା ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ୱାରା,

2ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ଅଞ୍ଚଳରେ ଥିବା ମଣ୍ଡଳୀ-ସମୂହକୁ ପତ୍ର;

3ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;

4ସେ ଆମ୍ଭମାନଙ୍କ ପିତା ଈଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;

5ଯୁଗେ ଯୁଗେ ତାହାଙ୍କର ଗୌରବ ହେଉ। ଆମେନ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.