3ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;
4ସେ ଆମ୍ଭମାନଙ୍କ ପିତା ଈଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;
5ଯୁଗେ ଯୁଗେ ତାହାଙ୍କର ଗୌରବ ହେଉ। ଆମେନ୍।
6ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;
7ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି।