4ସେ ଆମ୍ଭମାନଙ୍କ ପିତା ଈଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;
5ଯୁଗେ ଯୁଗେ ତାହାଙ୍କର ଗୌରବ ହେଉ। ଆମେନ୍।
6ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;
7ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି।
8କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।