7ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି।
8କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।
9ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତା ବ୍ୟତୀତ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।
10ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।
11କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋʼ ଦ୍ୱାରା ପ୍ରଚାରିତ ହୋଇଅଛି, ସେ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁସାରେ ନୁହେଁ;