ଗାଲାତୀୟ 2

ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍‍ଯୋଗୀ ଥିଲି।

Galatians 2:10 (UKJV) Only they would that we should remember the poor; the same which I also was forward to do.

8(କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୁଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),

9ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;

10ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍‍ଯୋଗୀ ଥିଲି।

11ଏବଂ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାହାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ।

12ଯେଣୁ ଯାକୁବଙ୍କଠାରୁ କେତେକ ଜଣ ଆସିବା ପୂର୍ବେ ସେ ଅଣଯିହୁଦୀ ବିଶ୍ୱାସୀମାନଙ୍କ ସହିତ ଭୋଜନ କରୁଥିଲେ, କିନ୍ତୁ ଯେତେବେଳେ ସେମାନେ ଆସିଲେ, ସେତେବେଳେ ସେ ସୁନ୍ନତି ବିଶ୍ୱାସୀମାନଙ୍କ ଭୟରେ ସେମାନଙ୍କର ସଙ୍ଗ ପରିତ୍ୟାଗ କରି ଆପଣାକୁ ପୃଥକ୍ ରଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.