11ଏବଂ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାହାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ।
12ଯେଣୁ ଯାକୁବଙ୍କଠାରୁ କେତେକ ଜଣ ଆସିବା ପୂର୍ବେ ସେ ଅଣଯିହୁଦୀ ବିଶ୍ୱାସୀମାନଙ୍କ ସହିତ ଭୋଜନ କରୁଥିଲେ, କିନ୍ତୁ ଯେତେବେଳେ ସେମାନେ ଆସିଲେ, ସେତେବେଳେ ସେ ସୁନ୍ନତି ବିଶ୍ୱାସୀମାନଙ୍କ ଭୟରେ ସେମାନଙ୍କର ସଙ୍ଗ ପରିତ୍ୟାଗ କରି ଆପଣାକୁ ପୃଥକ୍ ରଖିଲେ।
13ଆଉ, ଅବଶିଷ୍ଟ ଯିହୁଦୀ ବିଶ୍ୱାସୀମାନେ ମଧ୍ୟ ତାହାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ।
14କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୁଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୁଦୀମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ?
15ଆମ୍ଭେମାନେ ଜନ୍ମରେ ଯିହୁଦୀ, ଅଣଯିହୁଦୀ ପାପୀ ନୋହୁଁ,