13ଆଉ, ଅବଶିଷ୍ଟ ଯିହୁଦୀ ବିଶ୍ୱାସୀମାନେ ମଧ୍ୟ ତାହାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ।
14କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୁଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୁଦୀମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ?
15ଆମ୍ଭେମାନେ ଜନ୍ମରେ ଯିହୁଦୀ, ଅଣଯିହୁଦୀ ପାପୀ ନୋହୁଁ,
16ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।
17କିନ୍ତୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚେଷ୍ଟା କରି ଆମ୍ଭେମାନେ ନିଜେ ମଧ୍ୟ ଯଦି ପାପୀ ବୋଲି ଦେଖାଗଲୁ, ତେବେ ଖ୍ରୀଷ୍ଟ କି ପାପର ସେବକ? ତାହା କେବେ ହେଁ ନ ହେଉ।