ଗାଲାତୀୟ 2

ଯେଣୁ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛି।

Galatians 2:19 (UKJV) For I through the law am dead to the law, that I might live unto God.

17କିନ୍ତୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚେଷ୍ଟା କରି ଆମ୍ଭେମାନେ ନିଜେ ମଧ୍ୟ ଯଦି ପାପୀ ବୋଲି ଦେଖାଗଲୁ, ତେବେ ଖ୍ରୀଷ୍ଟ କି ପାପର ସେବକ? ତାହା କେବେ ହେଁ ନ ହେଉ।

18କାରଣ ମୁଁ ଯେଉଁ ଯେଉଁ ମୋଶାଙ୍କ ବ୍ୟବସ୍ଥା ଭାଙ୍ଗିଅଛି, ସେହିସବୁ ଯଦି ଆଉ ଥରେ ନିର୍ମାଣ କରେ, ତେବେ ମୁଁ ନିଜକୁ ଅପରାଧୀ ବୋଲି ପ୍ରମାଣ କରୁଅଛି।

19ଯେଣୁ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛି।

20ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।

21ମୁଁ ଈଶ୍ବରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁଭୋଗ କରିବା ବୃଥା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.