ଗାଲାତୀୟ 2

ମାତ୍ର ମୋହର ସଙ୍ଗୀ ତୀତସ, ଯେ ଗ୍ରୀକ୍‍ ଲୋକ ଥିଲେ, ସେ ସୁଦ୍ଧା ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲେ;

Galatians 2:3 (UKJV) But neither Titus, who was with me, being a Greek, was compelled to be circumcised:

1ତାହା ପରେ ଚଉଦ ବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମ ସହରକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି।

2ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ସମ୍ମାନ ଯୋଗ୍ୟ, କେବଳ ସେମାନଙ୍କୁ ପୃଥକ୍ ଭାବରେ ବୁଝାଇଲି।

3ମାତ୍ର ମୋହର ସଙ୍ଗୀ ତୀତସ, ଯେ ଗ୍ରୀକ୍‍ ଲୋକ ଥିଲେ, ସେ ସୁଦ୍ଧା ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲେ;

4ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;

5କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.