5କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ।
6ଆଉ ଯେଉଁମାନେ ଗଣ୍ୟମାନ୍ୟ ବୋଲି ଖ୍ୟାତ (ସେମାନେ କି ପ୍ରକାର ଲୋକ ଥିଲେ, ସେଥିରେ ମୋହର ଯାଏ ଆସେ ନାହିଁ; ଈଶ୍ବର ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ), ସେହି ଗଣ୍ୟମାନ୍ୟ ବ୍ୟକ୍ତିମାନେ ମୋତେ କିଛି ନୂଆ ଶିକ୍ଷା ଦେଲେ ନାହିଁ,
7ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତ ଯିହୁଦୀମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,
8(କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୁଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),
9ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;