7ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତ ଯିହୁଦୀମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,
8(କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୁଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),
9ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;
10ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍ଯୋଗୀ ଥିଲି।
11ଏବଂ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାହାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ।