1ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା।
2ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର କର୍ମ ହେତୁ ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ ପବିତ୍ର ଆତ୍ମା ପାଇଥିଲ?
3ତୁମ୍ଭେମାନେ କଅଣ ଏପରି ନିର୍ବୋଧ? ପବିତ୍ର ଆତ୍ମାରେ ଆରମ୍ଭ କରି ତୁମ୍ଭେମାନେ କି ଏବେ ଶରୀରରେ ସିଦ୍ଧ ହେବାକୁ ଯାଉଅଛ?