11ମୋଶାଙ୍କ ବ୍ୟବସ୍ଥା ଦ୍ୱାରା କେହି ଯେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ପବିତ୍ର ଶାସ୍ତ୍ରରେ ସ୍ପଷ୍ଟ, “କାରଣ ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।”
12ଆଉ ବିଶ୍ୱାସ ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ନୁହେଁ; ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ଏହି, ଯେ ଏହିସବୁ ପାଳନ କରେ, ସେ ସେଥିରେ ବଞ୍ଚିବ।
13ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅବ୍ରହାମଙ୍କର ଆଶୀର୍ବାଦ ଯେପରି ଅଣଯିହୁଦୀମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,
14ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ।
15ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରିପାରେ ନାହିଁ ବା ସେଥିରେ କିଛି ଯୋଗ କରିପାରେ ନାହିଁ।