ଗାଲାତୀୟ 3

ଅବ୍ରହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା। ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ।

Galatians 3:16 (UKJV) Now to Abraham and his seed were the promises made. He says not, And to seeds, as of many; but as of one, And to your seed, which is Christ.

14ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ।

15ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରିପାରେ ନାହିଁ ବା ସେଥିରେ କିଛି ଯୋଗ କରିପାରେ ନାହିଁ।

16ଅବ୍ରହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା। ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ।

17ମୋହର ଭାବ ଏହି, ଯେଉଁ ନିୟମ ଈଶ୍ବରଙ୍କ କର୍ତ୍ତୃକ ପୂର୍ବରୁ ସ୍ଥିରୀକୃତ ହୋଇଥିଲା, ଚାରି ଶହ ତିରିଶ ବର୍ଷ ପରେ ଦିଆଯାଇଥିବା ମୋଶାଙ୍କ ବ୍ୟବସ୍ଥା ତାହା ବ୍ୟର୍ଥ କରେ ନାହିଁ, ଯେପରି ତଦ୍ୱାରା ପ୍ରତିଜ୍ଞା ନିଷ୍ଫଳ କରାଯାଏ।

18କାରଣ ଅଧିକାର ଯଦି ମୋଶାଙ୍କ ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ବର ପ୍ରତିଜ୍ଞା ଦ୍ୱାରା ଅବ୍ରହାମଙ୍କୁ ତାହା ଦାନ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.