23ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ।
24ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ୱରୂପ ହୋଇଥିଲା।
25କିନ୍ତୁ ଏବେ ସେହି ବିଶ୍ୱାସ ଉପସ୍ଥିତ ହେଲା ପରେ ଆମ୍ଭେମାନେ ଆଉ ସେହି ଶିକ୍ଷକର ଅଧୀନରେ ନାହୁଁ।
26କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଙ୍କର ସନ୍ତାନ ହୋଇଅଛ;
27ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।