ଗାଲାତୀୟ 3

ଯିହୁଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।

Galatians 3:28 (UKJV) There is neither Jew nor Greek, there is neither bond nor free, there is neither male nor female: for all of you are all one in Christ Jesus.

26କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଙ୍କର ସନ୍ତାନ ହୋଇଅଛ;

27ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।

28ଯିହୁଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।

29ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.