ଗାଲାତୀୟ 3

ଯେପରି ଅବ୍ରହାମ ଈଶ୍ବରଙ୍କୁ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା।

Galatians 3:6 (UKJV) Even as Abraham believed God, and it was accounted to him for righteousness.

4ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶଭୋଗ କରିଅଛ? ତାହା କଅଣ ପ୍ରକୃତରେ ବୃଥା?

5ଅତଏବ, ଯେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ କରନ୍ତି?

6ଯେପରି ଅବ୍ରହାମ ଈଶ୍ବରଙ୍କୁ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା।

7ଅତଏବ ଯେଉଁମାନେ ବିଶ୍ୱାସୀ, ସେମାନେ ଅବ୍ରହାମଙ୍କର ସନ୍ତାନ।

8ଆଉ ଈଶ୍ବର ଅଣଯିହୁଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲେ, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.